ମାଲକାନଗିରି, ୨୪/୯: ମାଲକାନଗିରିରେ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ କରିଛନ୍ତି ଜିଲ୍ଲାପାଳ। ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି ସମ୍ଭାବ୍ୟ ପରିସ୍ଥିତିର ମୁକାବିଲା ପାଇଁ ଜିଲ୍ଲାପାଳ ସବୁ କର୍ମଚାରୀଙ୍କୁ ଏହି ନିର୍ଦ୍ଦେଶ ଦେଇଛନ୍ତି। ଜିଲ୍ଲାପାଳଙ୍କ ବିନା ଅନୁମତିରେ ହେଡକ୍ୱାଟର୍ସ ନ ଛାଡ଼ିବାକୁ ନିର୍ଦ୍ଦେଶ ଦିଆଯାଇଛି। ଯଦି କେହି ଏହି ନିର୍ଦ୍ଦେଶର ଅବମାନନା କରନ୍ତି ତାହାଲେ ଉକ୍ତ କର୍ମଚାରୀମାନଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଜିଲ୍ଲାପାଳ କହିଛନ୍ତି।
Prev Post
Next Post