ବଙ୍ଗୋପସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ, ୨ ଓ ୩ ତାରିଖରେ ପ୍ରବଳ ବର୍ଷା !

ଭୁବନେଶ୍ୱର: ଉତ୍ତର କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏହା ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହୋଇପାରେ । ୨୮ ଓ ୨୯ ତାରିଖରେ କିଛି ସ୍ଥାନରେ ବର୍ଷା ସମ୍ଭାବନା ଅଛି । ତେବେ ଆସନ୍ତା ୧ ତାରିଖରେ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ ହେବ । ଏହା ଲଘୁଚାପ ରୂପ ନେଇପାରେ । ଲଘୁଚାପ ଯୋଗୁ ୨ ଓ ୩ ତାରିଖରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ପାଣିପାଗ ବିଶେଷଜ୍ଞମାନେ ଏଭଳି ଆକଳନ କରିଛନ୍ତି ।

ସୋଆ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକ ଡ. ଶରତ ସାହୁ କହିଛନ୍ତି, ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ହେବାକୁ ଥିବା ଘୂର୍ଣ୍ଣିବଳୟ ଲଘୁଚାପ ରୂପ ନେବ । ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବ । ଏହାର ପ୍ରଭାବରୁ ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ବର୍ଷିବ। ଉତ୍ତର ଓଡ଼ିଶାରେ ବି ବର୍ଷା ହୋଇପାରେ । ୩ ତାରିଖରେ ଉତ୍ତର ଓଡ଼ିଶାରେ ଅଧିକ ବର୍ଷିବ ।