ରାଜ୍ୟରେ ୨୪ ଘଣ୍ଟାରେ ବାହାରିଲେ ୬୧ କୋଭିଡ୍ ପଜିଟିଭ୍

ଭୁବନେଶ୍ୱର : ରାଜ୍ୟରେ ପୁଣି ଥରେ ବଢୁଛି କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୧ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୬ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୨୫ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି ।

ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୩ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୯୧୨୯କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

ତେବେ ଭଦ୍ରକରୁ ୧,ବଲାଙ୍ଗୀରରୁ ୧, କଟକରୁ ୭,ଜଗତସିଂହପୁରରୁ ୧, ଖୋର୍ଦ୍ଧାରୁ ୩୬, ପୁରୀରୁ ୧,ରାୟଗଡାରୁ ୧, ସୁନ୍ଦରଗଡ଼ରୁ ୫ ଓ ଷ୍ଟେଟ ପୁଲରୁ ୮ ଜଣ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୯୧୨୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୩୯୧ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୨୭୯୫୫୯ଜଣ ସୁସ୍ଥ ହୋଇଛନ୍ତି ।