୨୪ ଘଣ୍ଟାରେ ଚିହ୍ନଟ ହେଲେ ୨୦୩ କୋଭିଡ୍ ପଜିଟିଭ୍

ରାଜ୍ୟରେ ଉପରତଳ କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୦୩ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୧୯ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୮୪ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୨୦ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୩୪୦୯୦ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

୨୬ ଜିଲ୍ଲାରୁ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ୪୬ ଜଣ, ସୁନ୍ଦରଗଡ଼ରୁ ୨୫ ଜଣ, କଟକରୁ ୧୯ ଜଣ, ବାଲେଶ୍ବର ଓ ସମ୍ବଲପୁର ଜିଲ୍ଲାରୁ ୧୨ ଜଣ ଲେଖାଁଏ, ମୟୂରଭଞ୍ଜରୁ ୧୧ ଜଣ, ଜଗତସିଂହପୁର ଓ ପୁରୀ ଜିଲ୍ଲାରୁ ୯ ଜଣ ଲେଖାଁଏ, ଗଜପତିରୁ ୬ ଜଣ, ନୟାଗଡ଼ରୁ ୫ ଜଣ, ଗଞ୍ଜାମ, ଯାଜପୁର, କଳାହାଣ୍ଡି ଓ କେନ୍ଦୁଝର ଜିଲ୍ଲାରୁ ୪ଜଣ ଲେଖାଁଏ, ନବରଙ୍ଗପୁର,ନୂଆପଡ଼ା ଓ ସୋନପୁର ଜିଲ୍ଲାରୁ ୩ ଜଣ ଲେଖାଁଏ, ବରଗଡ଼, ଭଦ୍ରକ, ବଲାଙ୍ଗୀର ଓ ଦେବଗଡ଼ ଜିଲ୍ଲାରୁ ୨ ଜଣ ଲେଖାଁଏ, ଅନୁଗୁଳ, ଝାରସୁଗୁଡ଼ା, କେନ୍ଦ୍ରାପଡ଼ା ଓ ରାୟଗଡ଼ା ଜିଲ୍ଲାରୁ ଜଣେ ଲେଖାଁଏ ଏବଂ ଷ୍ଟେଟ୍ ପୁଲ୍‌ରୁ ୧୦ ଜଣ ଆକ୍ରାନ୍ତ ରହିଛନ୍ତି।