ରାସନ କାର୍ଡ ହିତାଧିକାରୀଙ୍କ ପାଇଁ ଖୁସି ଖବର

ବଡ଼ ସୂଚନା ଦେଲେ ଯୋଗାଣ ମନ୍ତ୍ରୀ

ଭୁବନେଶ୍ଵର, ୧୫/୧୦: ରାସନ କାର୍ଡ ହିତାଧିକାରୀଙ୍କ ପାଇଁ ଖୁସି ଖବର। ବଢ଼ିପାରେ ମୁଣ୍ଡ ପିଛା ଚାଉଳ। ପୂର୍ବରୁ ରାସନ କାର୍ଡଧାରୀଙ୍କୁ ମୁଣ୍ଡ ପିଛା ୫ କିଲୋ ଚାଉଳ ମିଳୁଥିବା ବେଳେ ଏବେ ଏଥିରେ ପରିମାଣ ବୃଦ୍ଧି କରିବାକୁ ଯୋଜନା କରୁଛନ୍ତି ରାଜ୍ୟ ସରକାର। ହିତାଧିକାରୀଙ୍କୁ ୫ କିଲୋ ଚାଉଳ ପର୍ଯ୍ୟାପ୍ତ ହେଉନଥିବା ଜାଣି ସରକାର ଏହି ପରିମାଣକୁ ଡବଲ କରିବାକୁ ଯୋଜନା କରୁଛନ୍ତି। ଏ ନେଇ ସୂଚନା ଦେଇଛନ୍ତି ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର।

ମନ୍ତ୍ରୀ କହିଛନ୍ତି ଯେ, ୫ କିଲୋ ଜାଗାରେ ଅଧିକ ୫ କିଲୋ ଚାଉଳ ଦେବାକୁ ଚିନ୍ତା କରୁଛନ୍ତି ରାଜ୍ୟ ସରକାର। ରାସନ କାର୍ଡରେ ଥିବା ପ୍ରାୟ ୩ କୋଟି ୨୫ ଲକ୍ଷ ହିତାଧିକାରୀ ପାଇବେ ଅଧିକ ଚାଉଳ। ଅନେକ ଗରିବ ହିତାଧିକାରୀଙ୍କୁ ୫ କିଲୋ ଚାଉଳ ପର୍ଯ୍ୟାପ୍ତ ହେଉ ନଥିବାରୁ ଏନେଇ ସରକାର ଚିନ୍ତା କରୁଥିବା କହିଛନ୍ତି ଯୋଗାଣ ମନ୍ତ୍ରୀ। ଏବେ ମୁଖ୍ୟମନ୍ତ୍ରୀଙ୍କ ପାଖକୁ ଫାଇଲ ପଠାଯିବ। ମୁଖ୍ୟମନ୍ତ୍ରୀ ଚୂଡ଼ାନ୍ତ ନିଷ୍ପତ୍ତି ନେବେ ବୋଲି ସେ ସୂଚନା ଦେଇଛନ୍ତି।