ଭୁବନେଶ୍ଵର, ୧୬/୧୦: ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ୭୯ ବର୍ଷରେ ପଦାର୍ପଣ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନବୀନ ପଟ୍ଟନାୟକଙ୍କୁ ଫୋନ୍ କରି ତାଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି।
ତାଙ୍କ ଜନ୍ମଦିନରେ ଶୁଭେଚ୍ଛା ଜଣାଇ ମୁଖ୍ୟମନ୍ତ୍ରୀ କହିଛନ୍ତି: “ମୁଁ ପ୍ରାର୍ଥନା କରୁଛି ଯେ ପ୍ରଭୁ ଜଗନ୍ନାଥ ଆପଣଙ୍କୁ ଦୀର୍ଘ ଏବଂ ସୁସ୍ଥ ଜୀବନ ପ୍ରଦାନ କରନ୍ତୁ।”