ଗୁଜରାଟ, ୧୭/୧୦: ଗୁଜରାଟ ମୁଖ୍ୟମନ୍ତ୍ରୀ ଭୂପେନ୍ଦ୍ର ପଟେଲ ଶୁକ୍ରବାର ଦିନ ତାଙ୍କ ମନ୍ତ୍ରିମଣ୍ଡଳରେ ଅଦଳବଦଳ କରି ୧୯ ଜଣ ବିଧାୟକଙ୍କୁ ମନ୍ତ୍ରୀ ଭାବରେ ଦାୟିତ୍ଵ ଦେଇଛନ୍ତି। ଏହା ଦ୍ୱାରା ତାଙ୍କ ମିଶାଇ ତାଙ୍କ ମନ୍ତ୍ରିମଣ୍ଡଳର ମୋଟ ସଂଖ୍ୟା ୨୬କୁ ବୃଦ୍ଧି ପାଇଛି। ଗୃହମନ୍ତ୍ରୀ ହର୍ଷ ସାଂଘଭିଙ୍କୁ ଉପମୁଖ୍ୟମନ୍ତ୍ରୀ ପଦରେ ନିଯୁକ୍ତି ଦିଆଯାଇଛି।
ଗୁଜରାଟ ରାଜ୍ୟପାଳ ଆଚାର୍ଯ୍ୟ ଦେବବ୍ରତ ନୂତନ ମନ୍ତ୍ରୀମାନଙ୍କୁ ପଦ ଏବଂ ଗୋପନୀୟତାର ଶପଥ ପାଠ କରାଇଥିଲେ।
ସୁରଟ ସହରର ମୁଞ୍ଜାରା ବିଧାନସଭା ନିର୍ବାଚନମଣ୍ଡଳୀର ପ୍ରତିନିଧିତ୍ୱ କରୁଥିବା ସଂଘଭି ଉପମୁଖ୍ୟମନ୍ତ୍ରୀ ଭାବରେ ଶପଥ ନେଇଛନ୍ତି। ଏପର୍ଯ୍ୟନ୍ତ ସେ ଗୃହ ରାଷ୍ଟ୍ରମନ୍ତ୍ରୀ ପଦରେ ରହିଥିଲେ।
ଅନ୍ୟପଟେ ଭାରତୀୟ କ୍ରିକେଟର ରବିନ୍ଦ୍ର ଜାଡେଜାଙ୍କ ପତ୍ନୀ ରିଭାବା ଜାଡେଜାଙ୍କୁ ରାଷ୍ଟ୍ରମନ୍ତ୍ରୀ ଭାବରେ ଦାୟିତ୍ଵ ମିଳିଛି।