ଦୀପାବଳୀ ଛୁଟି: ସରକାରଙ୍କ ବଡ଼ ଘୋଷଣା

ଜାଣନ୍ତୁ କେଉଁ ଦିନ ସରକାରୀ ଛୁଟି

ଭୁବନେଶ୍ଵର, ୧୮/୧୦: ଆସନ୍ତା ୨୦ ତାରିଖ ଦୀପାବଳି ପର୍ବ ଉପଲକ୍ଷେ ଅତିରିକ୍ତ ଛୁଟି ଘୋଷଣା କରିଛନ୍ତି ରାଜ୍ୟ ସରକାର। ପୂର୍ବରୁ ଘୋଷିତ ୨୧ ତାରିଖ ଛୁଟି ମଧ୍ୟ ବଳବତ୍ତର ରହିବ। ମାତ୍ର ୨୧ ତାରିଖରେ ସମସ୍ତ ବ୍ୟାଙ୍କ ଓ ଅନ୍ୟାନ୍ୟ ବ୍ୟାଙ୍କିଂ ସଂସ୍ଥା ଖୋଲା ରହିବ।

ନୂଆପଡ଼ା ବ୍ୟତୀତ ରାଜ୍ୟର ଅନ୍ୟ ସବୁ ସରକାରୀ କାର୍ଯ୍ୟାଳୟ ୨ ଦିନ ବନ୍ଦ ରହିବ। ଆସନ୍ତା ୨୫ ତାରିଖ ଚତୁର୍ଥ ଶନିବାର ପୂର୍ବରୁ ଛୁଟି ଥିବା ବେଳେ ତାହାକୁ କାର୍ଯ୍ୟଦିବସ ଭାବେ ଘୋଷଣା କରାଯାଇଛି।