ଆସୁଛି ବଡ଼ ଲଘୁଚାପ: ପ୍ରବଳ ବର୍ଷା ସମ୍ଭାବନା

ଏହି ଜିଲ୍ଲାରେ ପ୍ରବଳ ବର୍ଷିବ

ଭୁବନେଶ୍ଵର, ୧୯/୧୦: ଦକ୍ଷିଣ ଆଣ୍ଡାମାନ ସାଗର ଓ ପାର୍ଶ୍ୱବର୍ତ୍ତୀ ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଅକ୍ଟୋବର ୨୧ ବେଳକୁ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବ। ଏହା ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତି କରି ପରବର୍ତ୍ତୀ ୪୮ ଘଣ୍ଟା ମଧ୍ୟରେ ୨୩ରେ ଦକ୍ଷିଣ ବଙ୍ଗୋପସାଗରର ମଧ୍ୟଭାଗ ଓ ପଶ୍ଚିମ-ମଧ୍ୟ ବଙ୍ଗୋପସାଗରରେ ଏକ ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି। ଯାହା ଫଳରେ ଆଗାମୀ ୩ ଦିନ ଯାଏଁ ପ୍ରବଳ ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି।

୧୯ରୁ ୨୧ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଅଞ୍ଚଳରେ ବଜ୍ରପାତ ସହିତ ୩୦-୪୦ କିମି ବେଗରେ ପବନ ସମ୍ଭାବନା ରହିଛି। ରବିବାର ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି, କଳାହାଣ୍ଡି, କନ୍ଧମାଳ ଓ ନବରଙ୍ଗପୁର ଜିଲାରେ ବଜ୍ରପାତ ସହ ଝଡ଼ପବନ ହେବ।

୨୦ ତାରିଖରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମାଲକାନଗିରି, ରାୟଗଡ଼ା ଓ କୋରାପୁଟ ଜିଲାରେ ବଜ୍ରପାତ ସହ ଝଡ଼ପବନ ହେବାର ସମ୍ଭାବନା ରହିଛି।

ସେହିପରି ୨୧ ଅକ୍ଟୋବରରେ ରାୟଗଡ଼ା, ଗଞ୍ଜାମ ଓ ଗଜପତି ଜିଲାରେ ବଜ୍ରପାତ ସହ ଝଡ଼ପବନ ହୋଇପାରେ।

ଏଥିସହ ୨୪, ୨୫ ଓ ୨୬ ତାରିଖରେ ମଧ୍ୟ ପ୍ରବଳ ବର୍ଷା ହୋଇପାରେ।