ଭୁବନେଶ୍ଵର, ୨୨/୧୦: ପୋଲିସ ସବ୍-ଇନ୍ସପେକ୍ଟର ନିଯୁକ୍ତି ପରୀକ୍ଷା ସମ୍ବନ୍ଧିତ ଦୁର୍ନୀତିର ତଦନ୍ତଭାର CBIକୁ ହସ୍ତାନ୍ତର କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ।
ଦୁର୍ନୀତିରେ ଆନ୍ତଃରାଜ୍ୟ ସଂଗଠିତ କ୍ରିମିନାଲ ଗ୍ୟାଙ୍ଗର ସଂପୃକ୍ତି ସନ୍ଦେହ କରାଯାଉଛି। ତେଣୁ ଏ ସବୁକୁ ଦୃଷ୍ଟିରେ ରଖି ଦୁର୍ନୀତିର ସଂପୂର୍ଣ୍ଣ ପର୍ଦ୍ଦାଫାସ୍ ପାଇଁ କ୍ରାଇମବ୍ରାଞ୍ଚ ହାତରୁ CBIକୁ ହସ୍ତାନ୍ତର କରିଛନ୍ତି ମୁଖ୍ୟମନ୍ତ୍ରୀ। ଦୃଷ୍ଟାନ୍ତମୂଳକ ଦଣ୍ଡବିଧାନ କରିବା ପାଇଁ ମୁଖ୍ୟମନ୍ତ୍ରୀ ଏହି ବଡ଼ ନିଷ୍ପତ୍ତି ନେଇଛନ୍ତି।
ଏଥି ସହିତ ଏକ ସ୍ଥାୟୀ ଆୟୋଗ ପ୍ରତିଷ୍ଠା କରିବାକୁ ରାଜ୍ୟ ସରକାର ବିଚାର କରୁଛନ୍ତି। ପୋଲିସ ଓ ଅନ୍ୟାନ୍ୟ ପୋଷାକଧାରୀ କର୍ମଚାରୀ ଚୟନ ପାଇଁ ହେବ ସ୍ଥାୟୀ ଆୟୋଗ।