ବାଲେଶ୍ଵର, ୨୫/୧୦: ସମ୍ଭାବ୍ୟ ବାତ୍ୟା ପାଇଁ ବାଲେଶ୍ବରରେ ଛୁଟି ବାତିଲ୍। ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ୍ କଲେ ଜିଲ୍ଲାପାଳ। ପରିସ୍ଥିତି ନିଯନ୍ତ୍ରଣାଧୀନ ହେବା ପର୍ଯ୍ୟନ୍ତ ଛୁଟି ବାତିଲ୍। ଛୁଟିରେ ଥିବା କର୍ମଚାରୀଙ୍କୁ ତୁରନ୍ତ ଯୋଗ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି ଜିଲ୍ଲାପାଳ। ଅଧିକାରୀଙ୍କୁ ନିଜ ନିଜ ମୁଖ୍ୟାଳୟରେ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି।

ସମ୍ଭାବ୍ୟ ବାତ୍ୟା ପାଇଁ ଗଞ୍ଜାମରେ ୨୫ରୁ ୩୦ ଛୁଟି ବାତିଲ କରାଯାଇଛି। ମୁଖ୍ୟାଳୟ ଛାଡ଼ି କେହି ନ ଯିବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ ରହିଛି।

ସମ୍ଭାବ୍ୟ ବାତ୍ୟା ପାଇଁ କେନ୍ଦ୍ରାପଡ଼ା ଜିଲ୍ଲାରେ ମୁଖ୍ୟାଳୟ ଛାଡ଼ିବା ମନା। ସରକାରୀ କର୍ମଚାରୀଙ୍କୁ ମୁଖ୍ୟାଳୟ ନ ଛାଡ଼ିବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ। ୨୬ରୁ ୩୦ ତାରିଖ ପର୍ଯ୍ୟନ୍ତ କେହି ମୁଖ୍ୟାଳୟ ଛାଡ଼ି ପାରିବେନି କର୍ମଚାରୀ।