ଭୁବନେଶ୍ଵର, ୨୬/୧୦: ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ୭ ଜିଲ୍ଲାରେ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ୍ କରାଯାଇଛି। ବାଲେଶ୍ୱରରେ ପରିସ୍ଥିତି ନିୟନ୍ତ୍ରଣାଧୀନ ହେବା ପର୍ଯ୍ୟନ୍ତ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ୍ କରିଛନ୍ତି ଜିଲ୍ଲାପାଳ। ସେହିପରି ଗଞ୍ଜାମରେ ୨୫ରୁ ୩୦ ଛୁଟି ବାତିଲ କରାଯାଇଛି। ମୁଖ୍ୟାଳୟ ଛାଡ଼ିବା ଉପରେ କଟକଣା କରାଯାଇଛି। କେନ୍ଦ୍ରାପଡ଼ା ଜିଲ୍ଲାରେ ୨୬ରୁ ୩୦ ତାରିଖ ପର୍ଯ୍ୟନ୍ତ ମୁଖ୍ୟାଳୟ ଛାଡ଼ିବା ମନା। ମାଲକାନଗିରିରେ ୨୭ରୁ ୩୦, କୋରାପୁଟରେ ୨୭ରୁ ୩୦ ତାରିଖ ଏବଂ କଳାହାଣ୍ଡି ଓ ଗଜପତି ଜିଲ୍ଲାରେ ୨୭ରୁ ୩୧ ତାରିଖ ପର୍ଯ୍ୟନ୍ତ ଛୁଟି ବାତିଲ କରିଛନ୍ତି ଏହି ଜିଲ୍ଲାର ଜିଲ୍ଲାପାଳ।
Prev Post