ଭୁବନେଶ୍ଵର, ୨୭/୧୦: ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ମୋନ୍ଥା’। କାକିନାଡ଼ା ଠାରୁ ୬୮୦ କିମି ଦୂରରେ ଅବସ୍ଥିତ। ଘଣ୍ଟା ପ୍ରତି ୧୬ କିମି ବେଗରେ ଗତି କରୁଛି। ଆସନ୍ତା ୧୨ ଘଣ୍ଟା ମଧ୍ୟରେ ପଶ୍ଚିମ-ଉତ୍ତରପଶ୍ଚିମକୁ ଗତି କରିବ।
କାଲି ସକାଳ ସୁଦ୍ଧା ଭୀଷଣ ବାତ୍ୟାର ରୂପ ନେବ। କାଲି ସଂଧ୍ୟା କିମ୍ବା ରାତିରେ ଲ୍ୟାଣ୍ଡଫଲ୍ କରିବ ‘ମୋନ୍ଥା’। ଆନ୍ଧ୍ରପ୍ରଦେଶର ମଛଲିପଟନମ ଓ କଳିଙ୍ଗପଟନମ ମଝି କାକିନାଡ଼ା ଦେଇ ଅତିକ୍ରମ କରିବ। ଲ୍ୟାଣ୍ଡଫଲ୍ ବେଳେ ପବନର ସର୍ବାଧିକ ବେଗ ୧୧୦ କିମି ରହିବ।