ଦେଶରେ ଲଗାତାର ଭାବେ ବଢୁଛି ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୭୩୩୬ କରୋନା ପଜିଟିଭ୍

ନୂଆଦିଲ୍ଲୀ: ଦେଶରେ ଉପର ମୁହାଁ ହୋଇଛି କରୋନା ଗ୍ରାଫ୍। ଦେଶରେ ପୁଣି ବଢ଼ିବାରେ ଲାଗିଛି ସଂକ୍ରମଣ। ଏବେ କରୋନା ସଂକ୍ରମଣ ବଢିବା ଆରମ୍ଭ ହୋଇସାରିଛି । ସେହିପରି ମୃତ୍ୟୁସଂଖ୍ୟାରେ ବି ଲାଗୁନି ବ୍ରେକ୍ । ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ଓ ପରେ ୧୦ ହଜାର ତଳକୁ ଖସିବା ପରେ ପୁଣି ବଢିଛି ।

ଏହାରି ଭିତରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୭୦୦୦ରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୧୭୩୩୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏବେସୁଦ୍ଧା ଦେଶରେ ପ୍ରାୟ ୪ କୋଟି ୩୪ ଲକ୍ଷରୁ ଅଧିକ ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।

ସେପଟେ ୮୮୨୮୪ ସକ୍ରିୟ ମାମଲା ରହିଛି ଏବଂ ପ୍ରାୟ ୪ କୋଟି ୨୭ ଲକ୍ଷ ୪୯ ହଜାର ୫୬ ଆକ୍ରାନ୍ତ ସୁସ୍ଥ ହୋଇ ଫେରିଛନ୍ତି । ୫୨୪୯୫୪ଜଣ କରୋନାରେ ପ୍ରାଣ ହରାଇଛନ୍ତି ।