ଦୁଇ ଦିନ ରାଜ୍ୟରେ ପ୍ରବଳ ବର୍ଷା ଓ ବିଜୁଳି

ଏକାଧିକ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ଵର, ୩୧/୧୦: ଆସନ୍ତା ଦୁଇ ଦିନ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ହେବ‌। ଏ ନେଇ ଭାରତୀୟ ପାଣିପାଗ ବିଭାଗ (IMD) ପକ୍ଷରୁ ବିଭିନ୍ନ ଜିଲ୍ଲା ପାଇଁ ହେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ନଭେମ୍ବର ୧ ଏବଂ ୨ ତାରିଖରେ ବିଜୁଳି, ଘଡ଼ଘଡ଼ି ଓ ବର୍ଷା ସହ ଏବଂ ପ୍ରବଳ ପବନ ବହିବାର ପୂର୍ବାନୁମାନ କରିଛି।

ନଭେମ୍ବର ୧ ପାଇଁ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୁନ୍ଦରଗଡ, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେଓଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର ଏବଂ ମୟୂରଭଞ୍ଜ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଇଏମଡି।

ସେହିପରି ନଭେମ୍ବର ୨ ପାଇଁ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କେନ୍ଦୁଝର, ଏବଂ ମୟୂରଭଞ୍ଜ ଜିଲ୍ଲାକୁ ବର୍ଷା ଓ ବଜ୍ରପାତ ଅନୁମାନ ନେଇ ହେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।