ଦିଲ୍ଲୀ ବିସ୍ଫୋରଣ: ବଢ଼ୁଛି ମୃତାହତଙ୍କ ସଂଖ୍ୟା

ଗୃହମନ୍ତ୍ରୀ ଅମିତ ଶାହଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ, ୧୦/୧୧: ଦିଲ୍ଲୀରେ ଏକ ବଡ଼ ଧରଣର ବିସ୍ଫୋରଣ ହେବା ଘଟଣାରେ ବଢ଼ୁଛି ମୃତାହତଙ୍କ ସଂଖ୍ୟା। ଦିଲ୍ଲୀର ଲାଲକିଲ୍ଲା ମେଟ୍ରୋ ଷ୍ଟେସନ ନିକଟରେ ଏକ କାରରେ ଏକ ବଡ଼ ଧରଣର ବିସ୍ଫୋରଣରେ ୧୧ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୩୦ ଜଣ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ କେତେକଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି। ସମସ୍ତ ଆହତଙ୍କୁ ସ୍ଥାନୀୟ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦିଲ୍ଲୀ ବିସ୍ଫୋରଣ ସମ୍ପର୍କରେ ଗୃହମନ୍ତ୍ରୀ ଅମିତ ଶାହଙ୍କ ସହ କଥା ହୋଇଛନ୍ତି। ସ୍ଥିତି ବାବଦରେ ପଚାରି ବୁଝିଛନ୍ତି ପ୍ରଧାନମନ୍ତ୍ରୀ ମୋଦି। ସେହିପରି IB ମୁଖ୍ୟଙ୍କ ସହ କଥା ହୋଇଛନ୍ତି ଗୃହ ମନ୍ତ୍ରୀ ଅମିତ ଶାହ। ଦିଲ୍ଲୀ ପୋଲିସ ସହ ମଧ୍ୟ ଗୁରୁତ୍ବପୂର୍ଣ୍ଣ ଆଲୋଚନା କରିଛନ୍ତି।

ଏହି ଘଟଣାରେ ଦୁଃଖ ପ୍ରକାଶ କରି କଂଗ୍ରେସ ନେତା ରାହୁଲ ଗାନ୍ଧୀ କହିଛନ୍ତି, “ଦିଲ୍ଲୀର ଲାଲକିଲ୍ଲା ମେଟ୍ରୋ ଷ୍ଟେସନ ନିକଟରେ କାର ବିସ୍ଫୋରଣ ଖବର ଅତ୍ୟନ୍ତ ଦୁଃଖଦାୟକ। ଏହି ଦୁଃଖଦ ଦୁର୍ଘଟଣାରେ ଅନେକ ନୀରିହ ଲୋକଙ୍କ ମୃତ୍ୟୁ ଖବର ଅତ୍ୟନ୍ତ ଦୁଃଖଦ। ଆହତଙ୍କ ଆଶୁ ଆରୋଗ୍ୟ କାମନା କରିବା ସହ ମୃତକଙ୍କ ପରିବାରକୁ ଗଭୀର ସମବେଦନା ଜଣାଇଛନ୍ତି।