ନିରବୀ ଗଲେ ହ୍ୟୁମାନ ସାଗର

ବିଶିଷ୍ଟ କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ପରଲୋକ

ଭୁବନେଶ୍ଵର, ୧୭/୧୧: ପରପାରିରେ ହ୍ୟୁମାନ ସାଗର। ଓଡ଼ିଶାର ଲୋକପ୍ରିୟ କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ପରଲୋକ। ୩୪ ବର୍ଷ ବୟସରେ ଭୁବନେଶ୍ୱର ଏମ୍ସରେ ଚିକିତ୍ସାଧୀନ ଅବସ୍ଥାରେ ଆଖି ବୁଜିଲେ ହ୍ୟୁମାନ ସାଗର। ପରଲୋକ ନେଇ ପରିବାର ପକ୍ଷରୁ ଦିଆଗଲା ସୂଚନା। ଲିଭରରେ ସମସ୍ୟା ପାଇଁ ଗୁରୁତର ହୋଇଥିଲେ। ହ୍ୟୁମାନଙ୍କ ଏକାଧିକ ଅଙ୍ଗ କାମ କରୁ ନଥିଲା।

ଓଡ଼ିଆ ସିନେମା, ଆଲବମ୍ ଜଗତର ଜଣାଶୁଣା ଚେହେରା। ଯୁବ ପିଢ଼ିଙ୍କ ପ୍ରଥମ ପସନ୍ଦର ଗାୟକ ଥିଲେ ହ୍ୟୁମାନ ସାଗର। ଅନେକ ଆଲବମ୍ ଓ ଫିଲ୍ମରେ ଗୀତ ଗାଇଥିଲେ ହ୍ୟୁମାନ। `ଇସ୍କ ତୁ ହି ତୁ’ ଗୀତ ଗାଇ ପ୍ରସିଦ୍ଧି ଅର୍ଜନ କରିଥିଲେ ହ୍ୟୁମାନ।