ଭୁବନେଶ୍ଵର, ୨୪/୧୧: ଆସନ୍ତା କାଲିଠୁ ରାଜ୍ୟରେ ଆରମ୍ଭ ହେବ ଧାନକିଣା। ଏ ନେଇ ସୂଚନା ଦେଇଛନ୍ତି ସମବାୟ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ। ମନ୍ତ୍ରୀ କହିଛନ୍ତି, “ଚାଷୀଙ୍କ ପାଇଁ ମଣ୍ଡି ଗୁଡ଼ିକରେ ଏଥର ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି। ମଣ୍ଡିରେ ଖାଦ୍ୟ, ପାନୀୟ, ଶୌଚାଳୟ ଭଳି ସବୁ ବ୍ୟବସ୍ଥା କରାଯାଇଛି। ଠିକ୍ ସମୟରେ ଗାଡ଼ି ପହଞ୍ଚାଇବା ପାଇଁ ମିଲ୍ ମାଲିକଙ୍କୁ କଡ଼ା ନିର୍ଦ୍ଦେଶ ଦିଆଯାଇଛି। ଧାନ କିଣା ଉପରେ ନଜର ରଖିବାକୁ ଅଧିକାରୀଙ୍କୁ ମଧ୍ୟ ନିର୍ଦ୍ଦେଶ ଦିଆଯାଇଛି। କଟ୍ନି ଛଟ୍ନି ଉପରେ ରାଜ୍ୟ ସରକାର ନଜର ରଖିଛନ୍ତି ବୋଲି କହିଛନ୍ତି।