ଭୁବନେଶ୍ଵରରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଐତିହାସିକ ହେବ ବିଧାନସଭା ଶୀତ ଅଧିବେଶନ

ଭୁବନେଶ୍ଵର, ୨୭/୧୧: ଆଜି ଐତିହାସିକ ସ୍ମୃତି ସାଉଁଟିବାକୁ ଯାଉଛି ଓଡ଼ିଶା ବିଧାନସଭା। ବିଧାନସଭାର ଶୀତ ଅଧିବେଶନ ମଧ୍ୟ ଐତିହାସିକ ହେବାକୁ ଯାଉଛି‌। ଚଳିତ ଅଧିବେଶନରେ ସମ୍ବୋଧିତ କରିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଏ ନେଇ ଭୁବନେଶ୍ବରରେ ଆସି ପହଞ୍ଚିଛନ୍ତି ରାଷ୍ଟ୍ରପତି।

ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିବା ପରେ ସିଧା ରାଜଭବନ ଅଭିମୁଖେ ଯାଇଛନ୍ତି। ରାଜଭବନରେ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଯୋଗ ଦେବେ। ଏହା ପରେ ବିଧାନସଭା ଯିବେ। ସ୍ୱତନ୍ତ୍ର ବିମାନ ଯୋଗେ ଭୁବନେଶ୍ଵରରେ ପହଞ୍ଚିବା ପରେ ତାଙ୍କୁ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା କରାଯାଇଥିଲା। ବିମାନବନ୍ଦରରେ ସ୍ୱାଗତ କରିଥିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ରାଜ୍ୟପାଳ ହରିବାବୁ କମ୍ଭମପାଟି ଏବଂ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ରାଷ୍ଟ୍ରପତି ନିର୍ଦ୍ଧାରିତ ସମୟ ପୂର୍ବରୁ ଭୁବନେଶ୍ୱରରେ ପହଞ୍ଚିଛନ୍ତି।