ଉତ୍କଳ ସଙ୍ଗୀତ ମହାବିଦ୍ୟାଳୟରେ ଛାତ୍ରୀଙ୍କୁ ନିର୍ଯାତନା

ଅଧ୍ୟାପକଙ୍କ ନାଁରେ କାଷ୍ଟିଂ କାଉଚ୍ ଅଭିଯୋଗ

ଭୁବନେଶ୍ୱର, ୦୪/୧୨: ଉତ୍କଳ ସଙ୍ଗୀତ ମହାବିଦ୍ୟାଳୟରେ ଛାତ୍ରୀଙ୍କୁ ନିର୍ଯାତନା ଦିଆଯାଇଥିବା ଅଭିଯୋଗ ଆସିଛି। ଅଭିଯୋଗ ପରେ କ୍ୟାମ୍ପସ୍‌ରେ ଛାତ୍ରଛାତ୍ରୀମାନେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। କଲେଜରେ ପ୍ରବଳ ଉତ୍ତେଜନା ବୃଦ୍ଧି ପାଇଛି। ଡ୍ରାମା ବିଭାଗ ଛାତ୍ରୀଙ୍କୁ ନିର୍ଯାତନା ଅଭିଯୋଗ ଆସିଛି। ଜଣେ ଅଧ୍ୟାପକ ଶତ୍ରୁଘ୍ନ ସାମଲଙ୍କ ନାଁରେ କାଷ୍ଟିଂ କାଉଚ୍ ଅଭିଯୋଗ ହୋଇଛି।

ବିକ୍ଷୋଭ କରୁଥିବା ଉତ୍ତେଜନା ମଧ୍ୟରେ ଜଣେ ଛାତ୍ରୀ ଅସୁସ୍ଥ ହୋଇ ମେଡିକାଲରେ ଭର୍ତ୍ତି ହୋଇଛନ୍ତି। ତେବେ ଏନେଇ କଲେଜ କର୍ତ୍ତୃପକ୍ଷଙ୍କ ପ୍ରତିକ୍ରିୟା ମିଳିପାରିନାହିଁ। ଛାତ୍ରୀମାନେ ଅଭିଯୋଗ କରିଛନ୍ତି ଯେ, ଅଧ୍ୟାପକ ଜଣକ ଅଶ୍ଳୀଳ ମେସେଜ କରନ୍ତି। ତେଣୁ ଅଧ୍ୟାପକଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଦାବି କରିଛନ୍ତି।