ଭୁବନେଶ୍ୱର, ୦୮/୧୨: ରାଜ୍ୟରେ ବାଂଲାଦେଶୀ ଅନୁପ୍ରବେଶକାରୀଙ୍କ ତଥ୍ୟ ଜାରି କଲେ ସରକାର। ତଥ୍ୟ ଅନୁସାରେ, ୨୧୦୯ ସନ୍ଦିଗ୍ଧଙ୍କୁ ଯାଞ୍ଚ କରାଯାଇଛି, ୨୦୨୫ ଜଣ ଭାରତୀୟ ଭାବେ ଚିହ୍ନଟ ହୋଇଛନ୍ତି। ଆଉ ୧୩ ଜଣଙ୍କ ପରିଚୟ ପତ୍ର ଯାଞ୍ଚ ଚାଲିଛି।
୭୧ ଜଣଙ୍କୁ ଅବୈଧ ବାଂଲାଦେଶୀ ଭାବେ ଚିହ୍ନଟ କରାଯାଇଛି। ଭୁବନେଶ୍ୱରରେ ସର୍ବାଧିକ ୨୪, କଟକରେ ୧୫, ବ୍ରହ୍ମପୁରରେ ୬ ବାଂଲାଦେଶୀ ଚିହ୍ନଟ ହୋଇଛନ୍ତି। ଖୁବଶୀଘ୍ର ଦେଶାନ୍ତର ହେବେ ଜଗତସିଂହପୁରରୁ ଚିହ୍ନଟ ୨୦ ବାଂଲାଦେଶୀ। ୨ ବାଂଲାଦେଶୀ ଅନୁପ୍ରବେଶକାରୀ ନିଜ ନାଁରେ ଭାରତୀୟ ପାସ୍ପୋର୍ଟ କରିଛନ୍ତି।