ସରିଲା ବିଧାନସଭା ଶୀତ ଅଧିବେଶନ
ନିର୍ଦ୍ଧାରିତ ସମୟ ପୂର୍ବରୁ ଶେଷ ହେଲା ଅଧିବେଶନ
ଅନିର୍ଦ୍ଦିଷ୍ଟ କାଳ ପାଇଁ ଗୃହ ମୁଲତବୀ
ଭୁବନେଶ୍ୱର, ୦୯/୧୨: ସରିଲା ବିଧାନସଭା ଶୀତକାଳୀନ ଅଧିବେଶନ। ନିର୍ଦ୍ଧାରିତ ସମୟ ପୂର୍ବରୁ ଶେଷ ହେଲା ଅଧିବେଶନ। ମୋଟ ୨୯ଟି କାର୍ଯ୍ୟ ଦିବସରୁ ୧୧ ଦିନ ଚାଲିଲା। ୧୮ କାର୍ଯ୍ୟ ଦିବସ ପୂର୍ବରୁ ବନ୍ଦ ହେଲା ବିଧାନସଭା।
କୌଣସି ସରକାରୀ କାର୍ଯ୍ୟକ୍ରମ ନଥିବାରୁ ଗୃହକୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ମୁଲତବୀ ଘୋଷଣା କଲେ ବାଚସ୍ପତି ସୁରମା ପାଢ଼ୀ। ମୁଲତବି ପ୍ରସ୍ତାବ ରଖିଥିଲେ ସରକାରୀ ଦଳ ମୁଖ୍ୟ ସଚେତକ। ଚଳିତ ଅଧିବେଶନରେ ୧୭ ହଜାର ୪୪୦ କୋଟି ଟଙ୍କାର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ ପାରିତ ହୋଇଛି।