ଭିଜିଲାନ୍ସ ଜାଲରେ ଫରେଷ୍ଟ ରେଞ୍ଜର

ଫରେଷ୍ଟ ରେଞ୍ଜରଙ୍କ ଘରେ ଭିଜିଲାନ୍ସ ରେଡ୍

ଲକ୍ଷାଧିକ ଟଙ୍କା ଓ ସୁନା ଗହଣା ଜବତ

ଜଗତସିଂହପୁର, ୨୦/୧୨: ଜଗତସିଂହପୁରର ଫରେଷ୍ଟ ରେଞ୍ଜରଙ୍କ ଘରେ ଭିଜିଲାନ୍ସ ରେଡ୍ ହୋଇଛି। ସକାଳୁ ସକାଳୁ ରେଞ୍ଜର ରାଜେନ୍ଦ୍ର ସାମନ୍ତରାୟଙ୍କ ଘରେ ଚଢ଼ାଉ କରିଛି ଭିଜିଲାନ୍ସ। ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ରେଡ୍ ହୋଇଛି।

ଜଗତସିଂହପୁର ସଦର ଥାନା ଚାଟରା ସ୍ଥିତ ଘର ସମେତ ୫ଟି ସ୍ଥାନରେ ରେଡ୍ ହୋଇଛି। ତାଙ୍କ କାର୍ଯ୍ୟାଳୟରେ ମଧ୍ୟ ଚଢ଼ାଉ ଚାଲିଛି। ଗୁରୁତ୍ବପୂର୍ଣ୍ଣ କାଗଜପତ୍ର ସହ ବ୍ୟାଙ୍କ ପାସବୁକ୍ ଜବତ କରିଛି ଭିଜିଲାନ୍ସ। ତାଙ୍କ ଘରୁ ଲକ୍ଷାଧିକ ଟଙ୍କା ଓ ବିପୁଳ ପରିମାଣର ସୁନା ଗହଣା ଜବତ ହୋଇଛି‌।