ସମ୍ବଲପୁର, ୨୪/୧୨: ଭିଜିଲାନ୍ସ ଜାଲରେ ସମ୍ବଲପୁର ବରିଷ୍ଠ ରାଜସ୍ୱ ସହାୟକ। ସମ୍ବଲପୁର ବନ୍ଦୋବସ୍ତ କାର୍ଯ୍ୟାଳୟର ବରିଷ୍ଠ ରାଜସ୍ୱ ସହାୟକ ବାସୁଦେବ ଭୋଇଙ୍କ ବାସଭବନରେ ରେଡ୍ ହୋଇଛି।
ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୪ଟି ସ୍ଥାନରେ ରେଡ୍ ଚାଲିଛି। ବରଗଡ଼ ସ୍ଥିତ ପୈତୃକ ବାସଭବନ ଓ ସମ୍ବଲପୁରରେ ଚାଲିଛି ଚଢ଼ାଉ। ଏହି ଚଢ଼ାଉରେ ୨ ଜଣ ଡିଏସ୍ପି ଓ ୮ ଜଣ ଇନ୍ସପେକ୍ଟର ସାମିଲ ଅଛନ୍ତି।