ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ଜୟନ୍ତୀରେ ବିଭିନ୍ନ କାର୍ଯ୍ୟକ୍ରମ ଆୟୋଜିତ
ରାଜ୍ୟ ସ୍ତରୀୟ ଜୟନ୍ତୀ ସମାରୋହ କାର୍ଯ୍ୟକ୍ରମରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, ୨୫/୧୨: ପୂର୍ବତନ ପ୍ରଧାନମନ୍ତ୍ରୀ ଭାରତ ରତ୍ନ ସ୍ବର୍ଗତ ଅଟଳ ବିହାରୀ ବାଜପେୟୀଙ୍କ ଜୟନ୍ତୀ ଅବସରରେ ବିଭିନ୍ନ କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି। ଏଥିରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗ ଦେଇଥିଲେ।
ମୁଖ୍ୟମନ୍ତ୍ରୀ ପ୍ରଥମେ AIIMS ପରିସରରେ ଥିବା ଅଟଳଜୀଙ୍କ ପ୍ରତିମୂର୍ତ୍ତୀରେ ପୁଷ୍ପଗୁଚ୍ଛ ଶ୍ରଦ୍ଧାଞ୍ଜଳୀ ଅର୍ପଣ କରିଥିଲେ। ଏହା ପରେ ପୋଖରୀପୁଟ କୋକିଳା ରିସର୍ଟସ୍ ରେ ଆୟୋଜିତ ଏକ ରକ୍ତ ଦାନ ଶିବିରରେ ଯୋଗ ଦେଇଥିଲେ।

ଏଥି ସହ ଓୟୁଏଟି ସମ୍ମିଳନୀ କକ୍ଷରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ଆୟୋଜିତ ସୁଶାସନ ଦିବସ ତଥା ଅଟଳଜୀଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ସମାରୋହ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ।
