ଜିରୋ ନାଇଟ୍ ସେଲିବ୍ରେସନ: ଜଗିବେ ୧୫ ପ୍ଲାଟୁନ ପୋଲିସ ଫୋର୍ସ
ମଦ୍ୟପଙ୍କ ଉପରେ କଡ଼ା ନଜର, ମହିଳାଙ୍କ ସୁରକ୍ଷାକୁ ଗୁରୁତ୍ୱ
ଭୁବନେଶ୍ୱର, ୨୭/୧୨: ନୂଆବର୍ଷରେ ମଉଜ ମଜଲିସରେ ବ୍ୟସ୍ତ ରହିବେ ସାଧାରଣ ଲୋକ। ଏଥିପାଇଁ ଜିରୋ ନାଇଟ୍ ସେଲିବ୍ରେସନ୍ ପାଇଁ କମିସନରେଟ ପୋଲିସ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରିଛି। ଏ ନେଇ ପୋଲିସ କମିସନର ସୁରେଶ ଦେବଦତ୍ତ ସିଂ ସୂଚନା ଦେଇଛନ୍ତି।
ସୁରକ୍ଷାରେ ୧୫ ପ୍ଲାଟୁନ ପୋଲିସ ଫୋର୍ସ ନିୟୋଜିତ ରହିବେ। ନିଜ ଥାନା ଅଞ୍ଚଳରେ ସ୍ଥିତି ଅନୁଧ୍ୟାନ କରିବେ ସମସ୍ତ ଥାନା ଅଧିକାରୀ। ଅଗ୍ନିଶମ ବାହିନୀ ପକ୍ଷରୁ ମଧ୍ୟ ଯାଞ୍ଚ ପ୍ରକ୍ରିୟା ସରିଛି। ସୁରକ୍ଷିତ ସହ ଲୋକେ କିଭଳି ସେଲିବ୍ରେସନ କରିବେ ସେଥିପ୍ରତି ଗୁରୁତ୍ୱ ଦିଆଯାଉଛି।
ମଦ୍ୟପ ଗାଡ଼ି ଚାଳକଙ୍କ ଉପରେ ନଜର ରହିବ। ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରିବାକୁ ବାର୍, ରେଷ୍ଟୁରାଣ୍ଟ ମାଲିକଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ମହିଳାଙ୍କ ସୁରକ୍ଷାକୁ ଅଧିକ ଗୁରୁତ୍ୱ ଦେଇଛି କମିସନରେଟ୍ ପୋଲିସ। ନିର୍ଦ୍ଧାରିତ ସମୟ ସୀମା ଭିତରେ କାର୍ଯ୍ୟକ୍ରମ ସାରିବାକୁ ନିର୍ଦ୍ଦେଶ ରହିଛି କମିଶନର କହିଛନ୍ତି।