ପୁରୀ, ୩୦/୧୨: ସରକାରୀ ଅଧିକାରୀ ନେଇପାରିବେ ନାହିଁ ଛୁଟି। ଆଜିଠାରୁ ଆସନ୍ତା ୪ ତାରିଖ ପର୍ଯ୍ୟନ୍ତ ସରକାରୀ ଅଧିକାରୀଙ୍କ ଛୁଟି ବାତିଲ କରାଯାଇଛି। ପୁରୀ ଜିଲ୍ଲାର ସମସ୍ତ ସରକାରୀ ଅଧିକାରୀଙ୍କ ଛୁଟି ବାତିଲ କରିଛନ୍ତି ଜିଲ୍ଲାପାଳ। ମୁଖ୍ୟ କାର୍ଯ୍ୟାଳୟ ନଛାଡିବାକୁ ଜିଲ୍ଲାପାଳଙ୍କ କଡ଼ା ନିର୍ଦ୍ଦେଶ ରହିଛି। ୨୦୨୬ ନୂଆବର୍ଷ ଭିଡକୁ ଦୃଷ୍ଟିରେ ରଖି ଜିଲ୍ଲାପାଳ ଜାରି କରିଛନ୍ତି ନିର୍ଦ୍ଦେଶନାମା।
ପୁରୀରେ ପର୍ଯ୍ୟଟକ ଏବଂ ଭକ୍ତଙ୍କ ଆଗମନକୁ ଦୃଷ୍ଟିରେ ରଖି ଏହି ପଦକ୍ଷେପ ନିଆଯାଇଛି। ଜିଲ୍ଲାର ବିଭିନ୍ନ ସ୍ଥାନରେ ପର୍ଯ୍ୟଟନସ୍ଥଳୀ, ତୀର୍ଥସ୍ଥାନ ରହିଥିବାରୁ ଭିଡ଼କୁ ଦେଖି ନିଷ୍ପତ୍ତି ନେଇଛନ୍ତି ଜିଲ୍ଲାପାଳ ଦିବ୍ୟଜ୍ୟୋତି ପରିଡ଼ା।