ରାଜ୍ୟରେ ୨୪ ଘଣ୍ଟାରେ ବାହାରିଲେ ୬୨ କୋଭିଡ୍ ପଜିଟିଭ୍

ଭୁବନେଶ୍ୱର : ରାଜ୍ୟରେ ପୁଣି ଥରେ ବଢୁଛି କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୨ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୭ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୨୫ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି ।

ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୪ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୯୧୯୧କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ବାଲେଶ୍ୱରରୁ ୨, କଟକରୁ ୮ଜଣ, ଜଗତସିଂହପୁରରୁ ଜଣେ, ଝାରସୁଗୁଡ଼ାରୁ ଜଣେ, ଖୋର୍ଦ୍ଧାରୁ ୩୭ଜଣ, କୋରାପୁଟରୁ ଜଣେ, ପୁରୀରୁ ଜଣେ, ସୁନ୍ଦରଗଡ଼ରୁ ୨ଜଣ, ଷ୍ଟେଟ ପୁଲ୍‌ରୁ ୯ଜଣ ରହିଛନ୍ତି ।

ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୯୧୯୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୪୧୦ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୨୭୯୬୦୨ଜଣ ସୁସ୍ଥ ହୋଇଛନ୍ତି ।