କେନ୍ଦ୍ର ମନ୍ତ୍ରୀ ନୀତିନ ଗଡ଼କରୀଙ୍କୁ ଭେଟିଲେ ସାଂସଦ ଅପରାଜିତା ଷଡ଼ଙ୍ଗୀ

୩ ବାଇପାସ୍ ଓ ଅଣ୍ଡରପାସ୍ ପାଇଁ ୧୧୧ କୋଟି ଅନୁମୋଦନ

ନୂଆଦିଲ୍ଲୀ, ୦୭/୦୧: କେନ୍ଦ୍ର ମନ୍ତ୍ରୀ ନୀତିନ ଗଡ଼କରୀଙ୍କୁ ଭେଟିଲେ ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀ। ନୂଆଦିଲ୍ଲୀରେ କେନ୍ଦ୍ର ସଡ଼କ ପରିବହନ ଏବଂ ରାଜପଥ ମନ୍ତ୍ରୀଙ୍କୁ ସାକ୍ଷାତ କରିଛନ୍ତି ସାଂସଦ। ସାକ୍ଷାତ କରି କେନ୍ଦ୍ର ମନ୍ତ୍ରୀଙ୍କ ନିକଟରେ ୩ଟି ମୁଖ୍ୟ ଦାବି ରଖିଛନ୍ତି।

ବେଗୁନିଆ, ସୁନାଖେଳା ଓ ପୁବୁଶାହୀରେ ୩ଟି ବାଇପାସ୍ ନିର୍ମାଣ, ଖୋର୍ଦ୍ଧା-ନୟାଗଡ଼ ରାସ୍ତା ପ୍ରାୟ ୬୫ କି.ମି.କୁ ୪ ଲେନ୍ କରିବା, ଏନ୍‌ଏଚ୍ ୫୭ର ଅତ୍ରି ଓ ବlଘମାରି ନିକଟରେ ଅଣ୍ଡରପାସ୍ ନିର୍ମାଣ କରିବା ପାଇଁ ଦାବି କରିଛନ୍ତି ସାଂସଦ ଶ୍ରୀମତୀ ଷଡ଼ଙ୍ଗୀ।

କେନ୍ଦ୍ର ମନ୍ତ୍ରୀଙ୍କୁ ଭେଟିବା ପରେ ସାଂସଦ ଶ୍ରୀମତୀ ଷଡ଼ଙ୍ଗୀ କହିଛନ୍ତି, “୩ଟି ବାଇପାସ୍ ଓ ଅଣ୍ଡରପାସ୍ ନିର୍ମାଣକୁ ଅନୁମୋଦନ ମିଳିଛି। ପ୍ରାୟ ୧୧୧ କୋଟି ଟଙ୍କାରେ ତିଆରି ହେବ ବାଇପାସ୍ ଓ ଅଣ୍ଡରପାସ୍। ଖୋର୍ଦ୍ଧା-ନୟାଗଡ଼ ରାସ୍ତା ୪ ଲେନ୍ ଯଥାବିଧି ପ୍ରକ୍ରିୟା ଅନୁସାରେ କରାଯିବ।”