ଆସୁଛି ମହାବାତ୍ୟା ‘ସିତରଙ୍ଗ’ । ଆସନ୍ତା ଅକ୍ଟୋବର ୨୫ ତାରିଖ ସୁଦ୍ଧା ବଙ୍ଗୋପସାଗରେ ମହାବାତ୍ୟା ସୃଷ୍ଟି ହେବାର ସମ୍ଭାବନା ଦେଖାଦେଇଛି । ଅକ୍ଟୋବର ୧୮ରୁ ୨୫ ତାରିଖ ମଧ୍ୟରେ ବଙ୍ଗୋପସାଗରେ ସୁପର ସାଇକ୍ଲୋନ ସୃଷ୍ଟି ହେବା ନେଇ ଆମେରିକାର ପାଣିପାଗ ପୂର୍ବାନୁମାନ ସଂସ୍ଥା ଗ୍ଲୋବାଲ ଫରକାଷ୍ଟ ସିଷ୍ଟମ ତଥା ଜିଏଫଏସର ପୂର୍ବାନୁମାନ କରିଛି ।
ଜିଏଫଏସର ସୂଚନା ମୁତାବକ ଆସନ୍ତା ଅକ୍ଟୋବର ୧୭ରେ ବଙ୍ଗୋପସାଗରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ । ଯାହା ୧୮ ତାରିଖ ସୁଦ୍ଧା ସାଇକ୍ଲୋନିକ୍ ଝଡ଼ ସୃଷ୍ଟି କରିବାର ସମ୍ଭାବନା ରହିଥିବା ନେଇ ଜଳବାୟୁ ଏବଂ ପାଣିପାଗ ଗବେଷକ ମୋସ୍ତାଫା କମଲ ପଲାସ କହିଛନ୍ତି । ଆସୁଥିବା ଏହି ବାତ୍ୟାର ନାମ ‘ସିତାରଙ୍ଗ’ ରଖାଯାଇଛି ।
ଏହା ବାତ୍ୟା ମହାବତ୍ୟାର ରୂପ ନେଇପାରେ ବୋଲି ଗବେଷକ ପଲାସ କହିଛନ୍ତିି । ଆନ୍ଧ୍ର- ବାଂଲାଦେଶ ମଧ୍ୟରେ କୌଣସି ସ୍ଥାନରେ ଲ୍ୟାଣ୍ଡଫଲ ସମ୍ଭାବନା ରହିଛି । ମହାବାତ୍ୟା ହେଲେ ଘଣ୍ଟା ପ୍ରତି ୨୨୦ରୁ ୨୫୦ କିଲୋମିଟର ବେଗରେ ପବନ ବହିବ ବୋଲି ଆକଳନ କରାଯାଇଛି ।