ଭୁବନେଶ୍ୱର, ୧୦/୦୧: ଛାତ୍ରଛାତ୍ରୀ ବିଦ୍ୟାଳୟକୁ ନିୟମିତ ନ ଗଲେ ଘରକୁ ଯିବେ ସ୍କୁଲ୍ କର୍ତ୍ତୃପକ୍ଷ। ସପ୍ତାହେ ପିଲା ସ୍କୁଲ୍ରେ ଅନୁପସ୍ଥିତ ରହିଲେ ଛାତ୍ରଛାତ୍ରୀଙ୍କ ଘରକୁ ଯିବେ ଶିକ୍ଷକ। ଏନେଇ ସମସ୍ତ ଡିଇଓ ଓ ବିଇଓଙ୍କୁ ଚିଠି ଲେଖିଲା ସ୍କୁଲ୍ ଓ ଗଣଶିକ୍ଷା ବିଭାଗ। କାହିଁକି ପିଲା ଅନୁପସ୍ଥିତ ଅଛନ୍ତି ସେ ନେଇ ବୁଝିବେ ସ୍କୁଲ୍ କର୍ତ୍ତୃପକ୍ଷ।
ଓଡ଼ିଶାର ପ୍ରାଥମିକ ଶିକ୍ଷା ନିର୍ଦ୍ଦେଶାଳୟ (DEE) ଦ୍ୱାରା ସମସ୍ତ ଜିଲ୍ଲା ଶିକ୍ଷା ଅଧିକାରୀ (DEO) ଏବଂ ବ୍ଲକ ଶିକ୍ଷା ଅଧିକାରୀ (BEO)ଙ୍କୁ ଜାରି ହୋଇଥିବା ନିର୍ଦ୍ଦେଶନାମାରେ କୁହାଯାଇଛି ଯେ, ଏହି ପଦକ୍ଷେପ ସ୍କୁଲରେ ନିରନ୍ତର ଉପସ୍ଥାନ ସୁନିଶ୍ଚିତ କରିବା ପାଇଁ କୁହାଯାଇଛି।
ନିର୍ଦ୍ଦେଶ ଅନୁଯାୟୀ, ସ୍କୁଲ କର୍ତ୍ତୃପକ୍ଷ ଗୋଟିଏ ସପ୍ତାହ କିମ୍ବା ତା’ଠାରୁ ଅଧିକ ସମୟ ପାଇଁ ଅନୁପସ୍ଥିତ ରହୁଥିବା ଛାତ୍ରଛାତ୍ରୀମାନଙ୍କୁ ସ୍କୁଲକୁ ଫେରାଇ ଆଣିବା ପାଇଁ ଆବଶ୍ୟକୀୟ ପଦକ୍ଷେପ ନେବେ କର୍ତ୍ତୃପକ୍ଷ।