ରାଉରକେଲା, ୧୦/୦୧: ରାଉରକେଲା ରଘୁନାଥପାଲିରେ ଛୋଟ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଜଲଦା ଏ ବ୍ଲକରେ ଇଣ୍ଡିଆ ୱାନ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଦୁର୍ଘଟଣାରେ ପାଇଲଟଙ୍କ ସମେତ ୬ ଜଣ ଆହତ ହୋଇଥିବା କହିଛନ୍ତି ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା।
ଏହି ୯ ସିଟର ବିମାନ ଭୁବନେଶ୍ବରରୁ ରାଉରକେଲା ଯାଉଥିଲା। ଉଡାଣର କିଛି ସମୟ ପରେ ଯାନ୍ତ୍ରିକ ତ୍ରୁଟି ଦେଖାଯାଇଥିଲା। ରଘୁନାଥପାଲି ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।