ଦେଶରେ ବଢ଼ିବାରେ ଲାଗିଛି ସଂକ୍ରମଣ, ୨୪ ଘଣ୍ଟାରେ ୧୫ ହାଜର ପାର ହେଲା ପଜିଟିଭ୍ ସଂଖ୍ୟା

ନୂଆଦିଲ୍ଲୀ: ଦେଶରେ ଉପର ମୁହାଁ କରୋନା ଗ୍ରାଫ୍। ପୁଣି ବଢ଼ିବାରେ ଲାଗିଲାଣି ସଂକ୍ରମଣ। କରୋନା ସଂକ୍ରମଣ ବଢିବା ସହିତ ମୃତ୍ୟୁସଂଖ୍ୟାରେ ବି ଲାଗୁନି ବ୍ରେକ୍ । ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ଓ ପରେ ୧୫ ହଜାର ଉପରେ ରହିଛି।

ତେବେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୫୦୦୦ରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୧୫୯୪୦ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏବେସୁଦ୍ଧା ଦେଶରେ ପ୍ରାୟ ୪ କୋଟି ୩୪ ଲକ୍ଷରୁ ଅଧିକ ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।

ସେହିପରି ୯୧୭୭୯ ସକ୍ରିୟ ମାମଲା ରହିଛି ଏବଂ ପ୍ରାୟ ୪ କୋଟି ୨୭ ଲକ୍ଷ ୬୧ ହଜାର ୪୮୧ ଆକ୍ରାନ୍ତ ସୁସ୍ଥ ହୋଇ ଫେରିଛନ୍ତି । ୫୨୪୯୭୪ଜଣ କରୋନାରେ ପ୍ରାଣ ହରାଇଛନ୍ତି ।