ଭୁବନେଶ୍ୱର, ୨୩/୦୧: ସୁଭଦ୍ରା ଯୋଜନା ହିତାଧିକାରୀଙ୍କ ଆକାଉଣ୍ଟକୁ ଆସିଲା ଟଙ୍କା। ବାଦ୍ ପଡ଼ିଥିବା ଓ ନୂଆ ହିତାଧିକାରୀଙ୍କ ଖାତାକୁ ଗଲା ସୁଭଦ୍ରା ଟଙ୍କା। ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ଉପମୁଖ୍ୟମନ୍ତ୍ରୀ। ପ୍ରଭାତୀ ପରିଡ଼ା।
୩୨୫ କୋଟିରୁ ଉର୍ଦ୍ଧ୍ବ ସହାୟତା ରାଶି ପ୍ରଦାନ କରିଛନ୍ତି ମୁଖ୍ୟମନ୍ତ୍ରୀ। ୪ ଲକ୍ଷ ୫୭ ହଜାରରୁ ଊର୍ଦ୍ଧ୍ବ ହିତାଧିକାରୀଙ୍କୁ ମିଳିଲା ଟଙ୍କା। ନୂଆକରି ୧ ଲକ୍ଷ ୭୮ ହଜାର ୩୯୮ ମହିଳା ଏବଂ ପ୍ରଥମ ଓ ଦ୍ୱିତୀୟ କିସ୍ତିରୁ ବାଦ୍ ୨ ଲକ୍ଷ ୫୫ ହଜାର ହିତାଧିକାରୀଙ୍କୁ ମିଳିଲା ଟଙ୍କା।