ଭୁବନେଶ୍ୱର, ୨୫/୦୧: ବିଶିଷ୍ଟ କଣ୍ଠଶିଳ୍ପୀ ଅଭିଜିତ ମଜୁମଦାରଙ୍କ ବିୟୋଗ ଘଟିଛି। ମାତ୍ର ୫୪ ବର୍ଷ ବୟସରେ ଏସ୍ସରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ପରଲୋକ ଘଟିଛି। ଗତ କିଛି ମାସ ଧରି ସେ ଅସୁସ୍ଥ ଥିଲେ। ଏମ୍ସରେ ଚିକିତ୍ସିତ ହେଉଥିଲେ। କିନ୍ତୁ ଗତ କିଛି ଦିନ ତଳେ ସୁସ୍ଥ ହୋଇ ଘରକୁ ଫେରିଥିଲେ। ହେଲେ, ଗତ କାଲି ତାଙ୍କ ସ୍ୱାସ୍ଥ୍ୟବସ୍ଥା ବିଗିଡିବାରୁ ପୁଣି ଏମ୍ସରେ ଭର୍ତ୍ତି କରାଯାଇଥିଲା।
ଅଭିଜିତଙ୍କ ମୃତ୍ୟୁ ଖବର ଶୁଣି ଗଭୀର ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମୁଖ୍ୟମନ୍ତ୍ରୀ ଶୋକ ବାର୍ତ୍ତାରେ କହିଛନ୍ତି, “ବିଶିଷ୍ଟ କଣ୍ଠଶିଳ୍ପୀ ଓ ସଙ୍ଗୀତ ନିର୍ଦ୍ଦେଶକ ଅଭିଜିତ ମଜୁମଦାରଙ୍କ ବିୟୋଗ ବିଷୟରେ ଜାଣି ମୁଁ ଅତ୍ୟନ୍ତ ଦୁଃଖିତ । ତାଙ୍କର ବିୟୋଗ ଆମ ସଙ୍ଗୀତ, ସିନେମା ଓ ସଂସ୍କୃତି ପାଇଁ ଏକ ଅପୂରଣୀୟ କ୍ଷତି। ଶୋକସନ୍ତପ୍ତ ପରିବାର ପ୍ରତି ମୋର ସମବେଦନା ଜଣାଇବା ସହ ଦିବଙ୍ଗତ ଆତ୍ମାଙ୍କ ଶାନ୍ତି ପାଇଁ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ପ୍ରାର୍ଥନା କରୁଛି।”