ବିଶିଷ୍ଟ ସଙ୍ଗୀତ ନିର୍ଦ୍ଦେଶକ ଅଭିଜିତ୍ ମଜୁମଦାରଙ୍କ ବିୟୋଗରେ ରାଜ୍ୟ ବିଜେପିର ଶୋକ
ଓଡ଼ିଆ ସଙ୍ଗୀତ ଓ କଳା ଜଗତ ପାଇଁ ଅପୂରଣୀୟ କ୍ଷତି: ମନମୋହନ ସାମଲ
ଭୁବନେଶ୍ୱର, ୨୫/୦୧: ଓଡ଼ିଶାର ବିଶିଷ୍ଟ ସଙ୍ଗୀତ ନିର୍ଦ୍ଦେଶକ ତଥା କଣ୍ଠଶିଳ୍ପୀ ଅଭିଜିତ୍ ମଜୁମଦାରଙ୍କ ବିୟୋଗରେ ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲ ଗଭୀର ଶୋକବ୍ୟକ୍ତ କରିଛନ୍ତି ।
ସ୍ୱର୍ଗତଃ ମଜୁମଦାର ଓଡ଼ିଆ ଫିଲ୍ମ ଓ ଆଲବମ୍ ଜଗତକୁ ଅନେକ ହିଟ୍ ଗୀତ ଦେଇଛନ୍ତି । ୭୦୦ରୁ ଅଧିକ ଗୀତରେ ସଙ୍ଗୀତ ନିର୍ଦ୍ଦେଶନା ଦେଇଛନ୍ତି । ଓଡିଆ ସଙ୍ଗୀତ କ୍ଷେତ୍ରରେ ସ୍ୱର୍ଗତଃ ମଜୁମଦାରଙ୍କ ଅବଦାନ ସର୍ବଦା ଚିରସ୍ମରଣୀୟ ହୋଇରହିବ । ତାଙ୍କ ଅକାଳ ବିୟୋଗ ଓଡ଼ିଆ ସଙ୍ଗୀତ ଓ କଳା ଜଗତ ପାଇଁ ଏକ ଅପୂରଣୀୟ କ୍ଷତି । ସ୍ୱର୍ଗତଃ ମଜୁମଦାରଙ୍କ ଅମର ଆତ୍ମାର ସଦ୍ଗତି କାମନା କରିବା ସହ ଏଭଳି ଦୁଃଖଦ ସମୟରେ ଶୋକସନ୍ତପ୍ତ ପରିବାରବର୍ଗ ଏବଂ ବନ୍ଧୁଜନଙ୍କୁ ଅସୀମ ଧୈର୍ଯ୍ୟ ପ୍ରଦାନ କରିବାକୁ ରାଜ୍ୟ ସଭାପତି ଶ୍ରୀ ସାମଲ ପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ନିକଟରେ ପ୍ରାର୍ଥନା କରିଛନ୍ତି ।