ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀଙ୍କ ବିମାନ ଦୁର୍ଘଟଣାଗ୍ରସ୍ତ

ଅଜିତ ପାୱାରଙ୍କ ସମେତ ୫ ମୃତ

ମୁମ୍ବାଇ, ୨୮/୦୧: ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ବାରାମତୀ ବିମାନବନ୍ଦରରେ ଅବତରଣ କରିବା ସମୟରେ ଭୟଙ୍କର ଦୁର୍ଘଟଣା ହୋଇଛି। ଏହି ଦୁର୍ଘଟଣାରେ ଅଜିତ ପାୱାରଙ୍କ ସମେତ ୫ ଜଣଙ୍କର ମୃତ୍ୟୁ ହୋଇଛି। ପ୍ରଥମେ ତାଙ୍କୁ ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। କିନ୍ତୁ ପରେ ତାଙ୍କର ଦେହାନ୍ତ ହୋଇଛି।

ସଦ୍ୟତମ ସୂଚନା ଅନୁଯାୟୀ, ଅଜିତ ପାୱାର ଆଜି ସକାଳେ ଏକ ସ୍ୱତନ୍ତ୍ର ବିମାନରେ ମୁମ୍ବାଇରୁ ବାରାମତୀ ଯାଇଥିଲେ। ଜିଲ୍ଲା ପରିଷଦ ନିର୍ବାଚନ ପାଇଁ ବାରାମତୀରେ ପ୍ରଚାର ସଭା ଆୟୋଜନ କରାଯାଇଥିଲା। କିନ୍ତୁ, ବାରାମତୀ ବିମାନବନ୍ଦରର ରନୱେରେ ବିମାନଟି ଲ୍ୟାଣ୍ଡିଂ କରୁଥିବା ସମୟରେ ସକାଳ ୮ଟା ୪୫ରେ ହଠାତ୍ ଯାନ୍ତ୍ରିକ ତ୍ରୁଟି ଦେଖାଦେଲା। ତେଣୁ ପାଇଲଟ୍ ନିୟନ୍ତ୍ରଣ ହରାଇବା ଫଳରେ ବିମାନଟି ଦୁର୍ଘଟଣାଗ୍ରସ୍ତ ହୋଇଥିଲା।

ବିମାନରେ ଦୁଇ ଜଣ ପାଇଲଟଙ୍କ ସମେତ ୫ ଜଣ ଥିଲେ। ଏଥିରେ ସମସ୍ତଙ୍କର ମୃତ୍ୟୁ ହୋଇଥିବା ଜାତୀୟ ଗଣମାଧ୍ୟମରେ ପ୍ରକାଶ ପାଇଛି। ଉଡାଣ ଭରିବାର ପ୍ରାୟ ୧ ଘଣ୍ଟା ପରେ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଥିଲା।