ବ୍ରହ୍ମପୁର ଦୁର୍ଘଟଣା: ମୃତକଙ୍କ ପରିବାରକୁ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଗଭୀର ଶୋକ ପ୍ରକାଶ କଲେ

ଭୁବନେଶ୍ୱର, ୩୧/୦୧: ବ୍ରହ୍ମପୁର ଦୁର୍ଘଟଣାରେ ମୃତକଙ୍କ ପରିବାରକୁ ୪ ଲକ୍ଷ ଲେଖାଏଁ ସହାୟତା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ। CMRFରୁ ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ। ମୁଖ୍ୟମନ୍ତ୍ରୀ ଗଭୀର ଶୋକ ପ୍ରକାଶ ସହ ମୃତକଙ୍କ ପରିବାରକୁ ସମବେଦନା ଜଣାଇଛନ୍ତି। ଏଥି ସହ ସମସ୍ତ ଆହତଙ୍କ ପାଇଁ ସର୍ବୋତ୍ତମ ଚିକିତ୍ସା ସେବା ସୁନିଶ୍ଚିତ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ।

ସୂଚନାଯୋଗ୍ୟ, ବ୍ରହ୍ମପୁର ହଳଦିଆପଦର ଓଭର ବ୍ରିଜ୍‌ ନିକଟରେ ଆଜି ଘଟିଥିଲା ଏକ ଭୟଙ୍କର ସଡ଼କ ଦୁର୍ଘଟଣା। ଏକାଥରେ ୩ଟି ବାଇକ୍‌ ଉପରେ ମାଡ଼ି ଯାଇଥିଲା ଟ୍ରକ। ବିପରୀତ ଦିଗରୁ ଟ୍ରକଟି ଆସି ବାଇକ୍‌କୁ ଧକ୍କା ଦେବା ଫଳରେ ୫ ଜଣଙ୍କର ମୃତ୍ୟୁ ହୋଇଥିଲା। ୧୦ରୁ ଅଧିକ ଗୁରୁତର ଆହତ ହୋଇଥିଲେ।