ବିଶ୍ବସ୍ତରୀୟ ଇକୋ ଟୁରିଜିମ୍ ହବ୍ ହେବ ସାତକୋଶିଆ

୧୦୦ କୋଟି ଟଙ୍କା ବ୍ୟୟରେ ତିଆରି ହେବ ଅତ୍ୟାଧୁନିକ ଭିତ୍ତିଭୂମି

ଅନୁଗୁଳ, ୦୪/୦୨: ସାତକୋଶିଆ ଅଭୟାରଣ୍ୟ ପାଲଟିବ ବିଶ୍ବସ୍ତରୀୟ ଇକୋ ଟୁରିଜିମ୍ ହବ୍। ପ୍ରାୟ ୧୦୦ କୋଟି ଟଙ୍କା ବ୍ୟୟରେ ତିଆରି ହେବ ଅତ୍ୟାଧୁନିକ ଭିତ୍ତିଭୂମି। ଏ ନେଇ ୯୯ କୋଟି ୭୫ ଲକ୍ଷର ସବିଶେଷ ପ୍ରକଳ୍ପ ରିପୋର୍ଟ – DPRକୁ ଅନୁମୋଦନ ମିଳିଛି।

ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିବାକୁ ବ୍ୟାଘ୍ର ଅଭୟାରଣ୍ୟର ୬ଟି ସ୍ଥାନ ଚିହ୍ନଟ କରାଯାଇଛି। ପୁରୁଣାକୋଟ, ଜଗନ୍ନାଥପୁର, ଟିକରପଡ଼ାରେ ହେବ ନୂଆ ପ୍ରବେଶ ପଥ। ବାଲିପୁଟ, କୁସଙ୍ଗ ଓ ଛାମୁଣ୍ଡିଆ ଠାରେ ବି ନିର୍ମାଣ ହେବ ନୂଆ ପ୍ରବେଶ ପଥ। ସେଠାରେ ଫୁଡ୍‌ କୋର୍ଟ, ଫ୍ଲୋଟିଂ ଜେଟି, ବନ୍ ଫାୟାର, ୱାଚ ଟାୱାର, ରିଭର ଭିୟୁ ଡେକ୍ ରହିବ।