ଭାରତ-ଆମେରିକା ଚୁକ୍ତିରୁ ଓଡ଼ିଶାକୁ ଫାଇଦା

'ବ୍ଲୁ-ଇକୋନୋମି'ର ପ୍ରମୁଖ କେନ୍ଦ୍ର ହେବ ଓଡ଼ିଶା

ଓଡ଼ିଶାର ଖଣିଜ ସମ୍ପଦକୁ ‘ଗ୍ଲୋବାଲ୍ ଟେକ୍’ ସହ ଯୋଡ଼ିବ ଚୁକ୍ତି

ଭୁବନେଶ୍ୱର, ୦୫/୦୨: ଭାରତ-ଆମେରିକା ନୂତନ ବାଣିଜ୍ୟ ଚୁକ୍ତିରୁ ଓଡ଼ିଶାକୁ ଫାଇଦା। ଏ ନେଇ ‘ଏକ୍ସ’ରେ ସୂଚନା ଦେଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।

ଭାରତ ଓ ଆମେରିକା ମଧ୍ୟରେ ବୈଷୟିକ ଭାଗିଦାରୀ ଓଡ଼ିଶାକୁ ବିଶ୍ୱ ସେମିକଣ୍ଡକ୍ଟର ଯୋଗାଣ ଶୃଙ୍ଖଳାରେ ଏକ ଗୁରୁତ୍ୱପୂର୍ଣ୍ଣ ସ୍ଥାନ ଦେବାକୁ ଯାଉଛି। ଓଡ଼ିଶାରେ ଥିବା Rare-Earth Mineralsର ବୈଶ୍ଵିକ ଚାହିଦା ବୃଦ୍ଧି ପାଇଲେ, ଆମ ରାଜ୍ୟ ଆଧୁନିକ ବୈଷୟିକ ଜ୍ଞାନକୌଶଳର ପେଣ୍ଠସ୍ଥଳୀ ହେବ। ଏହି ଚୁକ୍ତି ଓଡ଼ିଶାର ଖଣିଜ ସମ୍ପଦକୁ ‘ଗ୍ଲୋବାଲ୍ ଟେକ୍’ ସହ ଯୋଡ଼ିବ।

ବାଣିଜ୍ୟ ଚୁକ୍ତି ଫଳରେ ଓଡ଼ିଶାର ସାମୁଦ୍ରିକ ଖାଦ୍ୟ ଅର୍ଥନୀତିକୁ ଦେବ ଏକ ନୂଆ ପରିଚୟ। ଶୁଳ୍କ ହ୍ରାସ ଯୋଗୁଁ ଆମେରିକା ବଜାରରେ ଓଡ଼ିଶା ଖାଦ୍ୟର ଚାହିଦା ବଢ଼ିବ। ଓଡ଼ିଶାର ଚିଙ୍ଗୁଡ଼ି, ମାଛ ଓ ସାମୁଦ୍ରିକ ଖାଦ୍ୟର ଚାହିଦା ବୃଦ୍ଧି ପାଇବ। ଓଡ଼ିଶାର ଉପକୂଳବର୍ତ୍ତୀ ଅଞ୍ଚଳର ମତ୍ସ୍ୟଜୀବୀ ଓ ଚାଷୀମାନଙ୍କ ଆୟ ବଢିବ। ଓଡ଼ିଶା ‘ବ୍ଲୁ-ଇକୋନୋମି’ର ଏକ ପ୍ରମୁଖ କେନ୍ଦ୍ର ପାଲଟିବ।

ଓଡ଼ିଶାର ହସ୍ତତନ୍ତ ହେଉ କିମ୍ବା ଆଧୁନିକ ରେଡିମେଡ୍‌ ପୋଷାକ ସବୁଠି ପହଞ୍ଚିବ। ଶୁଳ୍କ କୋହଳ ହେବା କାରଣରୁ ରପ୍ତାନି ସହଜ ହେବ। ବୁଣାକାର ଓ ହସ୍ତତନ୍ତ ଶିଳ୍ପୀଙ୍କ ପାଇଁ ରୋଜଗାରର ନୂଆ ପଥ ଉନ୍ମୁକ୍ତ କରିବ। ବିଶ୍ୱ ଦରବାରରେ ଓଡ଼ିଶାର ପାରମ୍ପରିକ ପୋଷାକ ଏକ ନୂଆ ଟ୍ରେଣ୍ଡ୍ ସୃଷ୍ଟି କରିବ। ସମ୍ବଲପୁରୀ ଓ ଅନ୍ୟାନ୍ୟ ହସ୍ତତନ୍ତ ଆମେରିକା ବଜାରରେ ପ୍ରବେଶ ସହଜ ହେବ।