ବଢ଼ିଲା ଚୁକ୍ତିଭିତ୍ତିକ ଆୟୁଷ ଡାକ୍ତରଙ୍କ ଦରମା

ଜାତୀୟ ସ୍ବାସ୍ଥ୍ୟ ମିଶନରେ କାର୍ଯ୍ୟରତ ଚୁକ୍ତିଭିତ୍ତିକ ଆୟୁଷ ଡାକ୍ତରଙ୍କ ଦରମା ବୃଦ୍ଧି

ଏକାଥରେ ୨ ଗୁଣା ବଢାଇଲେ ସରକାର

ଭୁବନେଶ୍ୱର, ୧୦/୦୨: ଜାତୀୟ ସ୍ବାସ୍ଥ୍ୟ ମିଶନରେ କାର୍ଯ୍ୟରତ ଚୁକ୍ତିଭିତ୍ତିକ ଆୟୁଷ ଡାକ୍ତରଙ୍କ ଦରମା ବଢ଼ାଇଲେ ରାଜ୍ୟ ସରକାର। ଏନେଇ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଜାରି ହୋଇଛି।

ଆୟୁଷ ଡାକ୍ତରଙ୍କ ବରିଷ୍ଠତା ଭିତ୍ତିରେ ୨୦ ହଜାର ଟଙ୍କାରୁ ୪୦ ହଜାର ଟଙ୍କା ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। ଆୟୁଷ ଡାକ୍ତରମାନଙ୍କ ସର୍ବନିମ୍ନ ଦରମା ୫୬, ୯୪୮ ଟଙ୍କା ରହିଥିବା ବେଳେ ବରିଷ୍ଠ ଡାକ୍ତରଙ୍କ ଦରମା ୪୦ ହଜାର ଟଙ୍କା ବୃଦ୍ଧି ପାଇ ୯୧, ୪୬୭ ଟଙ୍କା ହୋଇଛି।

ଏକାଥରକେ ୨ ଗୁଣା ଦରମା ବଢାଇ ଦେଇଛନ୍ତି ସରକାର। ରାଜ୍ୟରେ ବର୍ତ୍ତମାନ ୨୯୧୨ ଜଣ ଆୟୁଷ ଡାକ୍ତର କାର୍ଯ୍ୟ କରୁଛନ୍ତି। ଦରମା ବୃଦ୍ଧି କରିବା ସହ ଆୟୁଷ ସ୍ବାସ୍ଥ୍ୟସେବାରେ ଅଧିକ ଉନ୍ନତି ଆସିବ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ।