କଟକ, ୧୩/୦୨: ବିଶିଷ୍ଟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକ ଗୁରୁତର ଅସୁସ୍ଥ ଅଛନ୍ତି। ତାଙ୍କୁ କଟକର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।
ଗତକାଲି ଏକ ସାହିତ୍ୟ କାର୍ଯ୍ୟକ୍ରମରେ ଅତିଥି ଭାବେ ଯୋଗ ଦେଇଥିଲେ। ହଠାତ୍ ଅସୁସ୍ଥ ହୋଇପଡ଼ିବାରୁ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ପ୍ରାଥମିକ ଚିକିତ୍ସା ପରେ ଆଇସିୟୁରେ ରଖାଯାଇଥିଲା।
ସ୍ୱାସ୍ଥ୍ୟ ପରୀକ୍ଷାରୁ ଗୀତାଙ୍କ ମସ୍ତିସ୍କାଘାତ ହୋଇଥିବା ଜଣାପଡ଼ିଥିଲା। ପରେ ଅଧିକ ଚିକିତ୍ସା ପାଇଁ କଟକର ଏକ ଘରୋଇ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି।