୨୩ରେ ସୃଷ୍ଟି ହେବ ସାଇକ୍ଲୋନିକ୍ ଷ୍ଟର୍ମ

ସମ୍ଭାବ୍ୟ ବାତ୍ୟାକୁ ନେଇ ବଡ ସୂଚନା ଦେଲେ ପାଣିପାଗ ବିଶେଷଜ୍ଞ ଶରତ ସାହୁ । ୨୩ ତାରିଖରେ ସାଇକ୍ଲୋନିକ୍ ଷ୍ଟର୍ମ ସୃଷ୍ଟି ହେବାର ଯଥେଷ୍ଟ ସମ୍ଭାବନା ଥିବା କହିଛନ୍ତି ଶରତ ସାହୁ । ବାତ୍ୟାକୁ ନେଇ ସମୁଦ୍ରରେ ପରିବେଶ ଅନୁକୂଳ ରହିଛି । ଆଉ ଏହା ପ୍ରଭାବରେ ୨୩ରେ ସ୍ୱଳ୍ପ ୨୪ ଓ ୨୫ରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି ।

ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ବାତ୍ୟା ସମ୍ଭାବନା । ଗତକାଲିର ଘୁର୍ଣ୍ଣିବଳୟ ଆଜି ସକାଳ ୮.୩୦ ପାଖାପାଖି ଉତ୍ତର-ଆଣ୍ଡାମାନ ସାଗର ଏବଂ ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ସକ୍ରିୟ ରହିବ ସହ ବାୟୁମଣ୍ଡଳର ୫.୮ କିମି ଯାଏଁ ବ୍ୟାପିଛି | ଏହି ଘୁର୍ଣ୍ଣିବଳୟ ପ୍ରଭାବରେ ଆଗାମୀ ୪୮ ଘଣ୍ଟା ମଧ୍ୟରେ ଦକ୍ଷିଣ-ପୂର୍ବ ପାର୍ଶ୍ଵବର୍ତ୍ତୀ ପୁର୍ବକେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟିହେବାର ସମ୍ଭାବନା ରହିଛି ।

ଏହା ପରବର୍ତ୍ତୀ ସମୟରେ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତିକରିବା ସହ ୨୨ ତାରିଖ ବେଳକୁ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ଅବପାତ ରେ ପରିଣତ ହେବାର ସମ୍ଭାବନା ରହିଛି । ଏଥି ସହ ପରବର୍ତ୍ତୀ ସମୟରେ ଆହୁରି ଘନୀଭୂତ ହୋଇ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଗୋଟିଏ ବାତ୍ୟାର ରୂପ ନେବାର ସମ୍ଭାବନା ରହିଛି ।