ପରଲୋକରେ ବିଶିଷ୍ଟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକ

ମସ୍ତିଷ୍କାଘାତ ଯୋଗୁଁ ଚିକିତ୍ସାରତ ଥିଲେ

ଭୁବନେଶ୍ୱର, ୧୫/୦୨: କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ। କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଛି। ମସ୍ତିଷ୍କାଘାତ ଯୋଗୁ ଗୁରୁତର ଅବସ୍ଥାରେ ନିକଟରେ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା।

ସେ ଭୁବନେଶ୍ୱରରେ ଏକ କାର୍ଯ୍ୟକ୍ରମରେ ଯୋଗ ଦେଇଥିବା ବେଳେ ଅସୁସ୍ଥ ହୋଇପଡିଥିଲେ। ପ୍ରଥମେ କ୍ୟାପିଟାଲ ହସ୍ପିଟାଲ ଓ ପରେ କଟକରେ ଏକ ଘରୋଇ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଥିଲା। ସେ ଭଜନ, ଜଣାଣ, ଛାନ୍ଦ, ଚମ୍ପୁ, ଆଧୁନିକ ଗୀତ ପାଇଁ ବେଶ୍ ପରିଚିତ ଥିଲେ।