ଭୁବନେଶ୍ୱର, ୧୬/୦୨: ଆଗାମୀ ବଜେଟ୍ ଅଧିବେଶନ ପାଇଁ ସର୍ବଦଳୀୟ ବୈଠକ ଆରମ୍ଭ ହୋଇଛି। ବିଧାନସଭା ପରିସରରେ ବାଚସ୍ପତି ସୁରମା ପାଢ଼ୀଙ୍କ ଅଧ୍ୟକ୍ଷତାରେ ବୈଠକ ଅନୁଷ୍ଠିତ ହୋଇଛି। ଏହି ବୈଠକରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି, ସଂସଦୀୟ ବ୍ୟାପାର ମନ୍ତ୍ରୀ ମୁକେଶ ମହାଲିଙ୍ଗ ଉପସ୍ଥିତ ଅଛନ୍ତି।
ସରକାରୀ ଦଳ ମୁଖ୍ୟ ସଚେତକ ସରୋଜ ପ୍ରଧାନ ଓ ବିଧାୟକ ଜୟନାରାୟଣ ମିଶ୍ର ମଧ୍ୟ ଉପସ୍ଥିତ ଅଛନ୍ତି। ବିରୋଧୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ ଓ କଂଗ୍ରେସ ବିଧାୟକ ଦଳ ନେତା ରାମଚନ୍ଦ୍ର କାଡାମ ମଧ୍ୟ ଉପସ୍ଥିତ ଅଛନ୍ତି। ଗୃହକୁ ସୁରୁଖୁରୁରେ ଚଳାଇବା ପାଇଁ ସର୍ବସମ୍ମତି ଲୋଡ଼ିବେ ବାଚସ୍ପତି।