ନୂଆଦିଲ୍ଲୀ, ୧୮/୦୨: ମାର୍ଚ୍ଚ ୧୬ ତାରିଖରେ ହେବ ରାଜ୍ୟସଭା ନିର୍ବାଚନ। ଏ ନେଇ ପ୍ରେସ୍ନୋଟ୍ ଜାରି କରିଛନ୍ତି ECI। ୧୦ ରାଜ୍ୟର ୩୭ ରାଜ୍ୟସଭା ଆସନ ପାଇଁ ହେବ ନିର୍ବାଚନ। ଓଡ଼ିଶାର ୪ ଆସନ ପାଇଁ ହେବ ନିର୍ବାଚନ।
ନିର୍ବାଚନ ପାଇଁ ଫେବୃଆରୀ ୨୬ ତାରିଖରେ ପ୍ରକାଶ ପାଇବ ବିଜ୍ଞପ୍ତି। ମାର୍ଚ୍ଚ ୫ ନାମାଙ୍କନ ଦାଖଲର ଶେଷ ତାରିଖ, ୬ରେ ଯାଞ୍ଚ ପ୍ରକ୍ରିୟା ହେବ। ମାର୍ଚ୍ଚ ୯ ସୁଦ୍ଧା ନାମାଙ୍କନ ପ୍ରତ୍ୟାହାର ହେବ।
ମାର୍ଚ୍ଚ ୧୬ ତାରିଖ ସକାଳ ୯ରୁ ଅପରାହ୍ଣ ୪ ଯାଏଁ ଭୋଟ୍ ଗ୍ରହଣ କରାଯିବ। ଅପରାହ୍ଣ ୫ଟାରେ ହେବ ଭୋଟ୍ ଗଣତି ହେବ।
ସୂଚନାଯୋଗ୍ୟ, ଓଡ଼ିଶାର ୪ ରାଜ୍ୟସଭା ସାଂସଦଙ୍କ କାର୍ଯ୍ୟକାଳ ଏପ୍ରିଲ ୨ରେ ସରୁଛି। ମମତା ମହାନ୍ତ, ମୁନା ଖାନ୍, ସୁଜିତ୍ କୁମାର, ନିରଞ୍ଜନ ବିଶିଙ୍କ କାର୍ଯ୍ୟକାଳ ସରୁଛି।