ଭୁବନେଶ୍ୱର, ୧୯/୦୨: ଆଜିଠୁ ରାଜ୍ୟରେ ମାଟ୍ରିକ୍ ପରୀକ୍ଷା ଆରମ୍ଭ ହୋଇଛି। ପରୀକ୍ଷା ଦେବେ ୫ ଲକ୍ଷ ୬୧ ହଜାରରୁ ଅଧିକ ଛାତ୍ରଛାତ୍ରୀ। ସକାଳ ୯ଟାରୁ ପରୀକ୍ଷା ଆରମ୍ଭ ହୋଇଛି। ୮ଟା ୧୫ରେ ଖୋଲିଛି ଗେଟ୍।
ରାଜ୍ୟର ୩୦୮୨ଟି ସେଣ୍ଟରରେ ପରୀକ୍ଷା ଚାଲିଛି। ଆଜି ପ୍ରଥମ ଦିନରେ ମାତୃଭାଷା ପରୀକ୍ଷା ଦେଇଛନ୍ତି ଛାତ୍ରଛାତ୍ରୀ।
ସବୁ ପରୀକ୍ଷା କେନ୍ଦ୍ରରେ CCTV ବ୍ୟବସ୍ଥା କରାଯାଇଛି। କଟକ ବୋର୍ଡ ଅଫିସରେ ଅତ୍ୟାଧୁନିକ କମାଣ୍ଡ କଣ୍ଟ୍ରୋଲ ରୁମ୍ ସ୍ଥାପନ କରାଯାଇଛି। AI ସମ୍ପନ୍ନ ସିସିଟିଭି କ୍ୟାମେରା ନଜରରେ ରହିଛି ପରୀକ୍ଷା ସେଣ୍ଟର।
ଛାତ୍ରଛାତ୍ରୀଙ୍କୁ ପରୀକ୍ଷା ପାଇଁ ଶୁଭାକାମନା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଚାପମୁକ୍ତ ହୋଇ ପରୀକ୍ଷା ଦେବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି। ତ୍ରୁଟିଶୂନ୍ୟ ପରୀକ୍ଷା ପାଇଁ ସମସ୍ତଙ୍କ ସହଯୋଗ ଲୋଡ଼ିଛନ୍ତି।