କଡ଼ା ନିୟମ ଓ ସୁରକ୍ଷା ସହ ଚାଲିଲା ମାଟ୍ରିକ ପରୀକ୍ଷା

ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡଙ୍କ ଆକସ୍ମିକ ସ୍କୁଲ ପରିଦର୍ଶନ

ଭୁବନେଶ୍ୱର, ୧୯/୦୨: ଆଜିଠାରୁ ଆରମ୍ଭ ହୋଇଛି ମାଟ୍ରିକ ପରୀକ୍ଷା। ରାଜ୍ୟରେ ୫ ଲକ୍ଷ ୬୧ ହଜାର ୯୭୯ ଛାତ୍ର ଛାତ୍ରୀ ପରୀକ୍ଷା ଦେଉଛନ୍ତି। ପରୀକ୍ଷାରେ ସ୍ୱଚ୍ଛତା, ଶୃଙ୍ଖଳାକୁ ଅଧିକ ଗୁରୁତ୍ୱ ଦିଆଯାଇଛି।

ଆଜି ପରୀକ୍ଷାର ପ୍ରଥମ ଦିନରେ କିପରି ଭାବରେ ଛାତ୍ରଛାତ୍ରୀ ପରୀକ୍ଷା ଦେଉଛନ୍ତି ଅନୁଧ୍ୟାନ ପାଇଁ ଭୁବନେଶ୍ୱର ୟୁନିଟ୍-୧ ସରକାରୀ ଉଚ୍ଚ ବିଦ୍ୟାଳୟ ପରୀକ୍ଷା କେନ୍ଦ୍ରରେ ପହଞ୍ଚିଥିଲେ ମାନ୍ୟବର ଗଣଶିକ୍ଷା ମନ୍ତ୍ରୀ ଶ୍ରୀ ନିତ୍ୟାନନ୍ଦ ଗଣ୍ଡ। ସମସ୍ତ ପ୍ରକାରର ବ୍ୟବସ୍ଥା ପରିଚାଳନାକୁ ଗୁରୁତ୍ବ ଦେଇଥିଲେ। ସମସ୍ତ ପରୀକ୍ଷାର୍ଥୀଙ୍କୁ ଶୁଭେଚ୍ଛା ଜଣାଇଥିଲେ।