ଭୁବନେଶ୍ୱର, ୧୯/୦୨: ବଜେଟ ପୂର୍ବରୁ ଆଜି ଉପସ୍ଥାପିତ ହୋଇଛି ଅର୍ଥନୈତିକ ସର୍ଭେ ରିପୋର୍ଟ। ରିପୋର୍ଟ ମୁତାବକ, ଜାତୀୟ ସ୍ତରଠୁ ବୃଦ୍ଧି ପାଇଛି ରାଜ୍ୟର ମୁଣ୍ଡ ପିଛା ଆୟ। ୨୦୨୫-୨୬ ରେ ରାଜ୍ୟର ମୁଣ୍ଡପିଛା ଆୟରେ ୯.୨% ଅଭିବୃଦ୍ଧି ଘଟିଛି।
ଜାତୀୟ ଅଭିବୃଦ୍ଧି ହାର ୬.୯ ଥିବା ବେଳେ ଓଡ଼ିଶାରେ ଅଭିବୃଦ୍ଧି ହାର ୯.୨% ରହିଛି। ୯.୨ % ଅଭିବୃଦ୍ଧି ସହ ରାଜ୍ୟରେ ମୁଣ୍ଡପିଛା ଆୟ ୧,୮୬,୭୬୧ ଟଙ୍କା ରହିଛି। ଅର୍ଥବ୍ୟବସ୍ଥାରେ କୃଷି ଓ ଆନୁଷଙ୍ଗିକ କ୍ଷେତ୍ରର ଅବଦାନ ଜାତୀୟ ହାରରୁ ଅଧିକ।
ଜାତୀୟ ଅବଦାନ ୧୬.୮% ଥିବା ବେଳେ ରାଜ୍ୟର ଅବଦାନ ୧୯.୬% ରହିଛି। ଜାତୀୟ ଅଭିବୃଦ୍ଧି ହାର ୩.୧ ଥିବା ବେଳେ ଓଡ଼ିଶାର ଅଭିବୃଦ୍ଧି ହାର ୫.୩%। ଜିଏସଡିପିରେ ମଧ୍ୟ ୯.୫%ର ଅଭିବୃଦ୍ଧି ଦେଖିବାକୁ ମିଳିଛି
୯ ଲକ୍ଷ କୋଟିରୁ ବୃଦ୍ଧି ପାଇ ଜିଏସଡିପି ୯.୯ ଲକ୍ଷ କୋଟିରେ ପହଞ୍ଚିଛି। ବାସ୍ତବ ଅଭିବୃଦ୍ଧି ହାର ମଧ୍ୟ ଜାତୀୟ ହାର ଠାରୁ ଆଗରେ ରହିଛି। ଜାତୀୟ ହାର ୭.୪ ରହିଥିବା ବେଳେ ଓଡ଼ିଶାର ହାର ୭.୯% ଆକଳନ କରାଯାଇଛି।
୫%ରୁ ବୃଦ୍ଧି ପାଇ ପୁଞ୍ଜି ବ୍ୟବୟବରାଦ ୬.୬%ରେ ପହଞ୍ଚିବା ଟାର୍ଗେଟ୍ କରାଯାଇଛି। ଓଡ଼ିଶାର ଋଣ ଓ ଜିଏସଡିପି ଅନୁପାତ ୧୩.୬% ରହିବା ନେଇ ଆକଳନ କରାଯାଇଛି।