୨୦୨୬-୨୭ ବଜେଟ୍ ଉପସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀଙ୍କୁ ମିଠା ଖୁଆଇଲେ ରାଜ୍ୟପାଳ

ଭୁବନେଶ୍ୱର, ୨୦/୦୨: ଓଡ଼ିଶା ବିଧାନସଭାରେ ଆର୍ଥିକ ବର୍ଷ ୨୦୨୬-୨୭ ବଜେଟ୍‌ ଉପସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ (ଅର୍ଥ ମନ୍ତ୍ରୀ)। ଗତ ବର୍ଷ ରାଜ୍ୟ ସରକାର ମୂଳ ବଜେଟ ୨ଲକ୍ଷ ୯୦ ହଜାର କୋଟି ଟଙ୍କାର ବ୍ୟୟବରାଦ କରିଥିବା ବେଳେ ଚଳିତ ବର୍ଷ ୩ ଲକ୍ଷ ୧୦ ହଜାର କୋଟିର ବଜେଟ୍ ଉପସ୍ଥାପନ କରିଛନ୍ତି। ଗତବର୍ଷ ତୁଳନାରେ ଚଳିତ ବର୍ଷ ୬.୯ ପ୍ରତିଶତ ବୃଦ୍ଧି ପାଇଛି ବଜେଟ୍।

ବଜେଟ୍ ଉପସ୍ଥାପିତ କରିବା ପୂର୍ବରୁ ରାଜ୍ୟପାଳ ଡକ୍ଟର ହରିବାବୁ କମ୍ଭମପତିଙ୍କୁ ସାକ୍ଷାତ କରିଥିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏହି ଅବସରରେ ମୁଖ୍ୟମନ୍ତ୍ରୀଙ୍କୁ ମିଠା ଖୁଆଇଥିଲେ ରାଜ୍ୟପାଳ।